
ପୁରୀ,୦୨/୧୨/୨୧ (ଜିଲ୍ଲା ଖବର ) : ଶ୍ରୀମନ୍ଦିରରେ ଆଜିଠାରୁ 3 ଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି 3 ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧ ବେଶରେ ଵିଭୂଷିତ ହୋଇଥାନ୍ତି ।
ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା 3 ଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେଇଥାନ୍ତି ।
ଦ୍ବିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଧେଶ୍ୟରେ ଓ ତୃତୀୟ ଦିନ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି ।



