ବାତ୍ୟା ମୁକାବିଲା ନେଇ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

13

ଜଗତସିଂହପୁର, ୦୨/୧୨/୨୧ (ଜିଲ୍ଲା ଖବର ) : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ଆରମ୍ଭ କରିଛି ଜଗତସିଂହପୁର ଜିଲ୍ଲା ପ୍ରଶାସନ । ବାତ୍ୟାର ମୁକାବିଲା ଲାଗି ଜିଲ୍ଲାପାଳ ପାରୁଲ ପଟୁଆରିଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଭର୍ଚୁଆଲ ବୈଠକରେ ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀଙ୍କ ସହ କଥା ହୋଇଛନ୍ତି ଜିଲ୍ଲାପାଳ । ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ସ୍କୁଲ, ଅଙ୍ଗନବାଡି ଗୃହ ଓ କଲ୍ୟାଣ ମଣ୍ଡପ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆବଶ୍ୟକ ପଡ଼ିଲେ ତଳିଆ ଅଞ୍ଚଳ ଓ କଚ୍ଚା ଘରେ ରହୁଥିବା ଲୋକଙ୍କୁ ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରାଯିବ । ଧାନ ସହ ରବି ଫସଲ ଓ ପନି ପରିବା ଗୁଡ଼ିକୁ ଅମଳ କରି ସୁରକ୍ଷିତ ସ୍ଥାନରେ ରଖିବାକୁ ଚାଷୀଙ୍କୁ ସଚେତନ କରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ଯାଇଛନ୍ତି ସେମାନଙ୍କୁ ଆଜି ଅପରାହ୍ନ ସୁଦ୍ଧା ଫେରି ଆସିବାକୁ ସତର୍କ ସୂଚନା ଦିଆଯାଇଛି ।