Sunday, November 15, 2026
Home ଆଞ୍ଚଳିକ ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

8

୦୩/୧୨/୨୧ (ଜିଲ୍ଲା ଖବର )  : ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ଆଜି ରାତିରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ।  ୪ ତାରିଖରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ ଏହି ଅବପାତ ଗୋପାଳପୁର ଠାରୁ ୮୫୦ କିଲୋମିଟର ଓ ପାରଦୀପଠାରୁ ଏହା ୯୨୦ କିଲୋମିଟର ଦୂରରେ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ। ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ । ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ତେବେ ଏହା ସମୁଦ୍ର ମଝିରୁ କେଉଁଠୁ ଦିଗ ପରିବର୍ତ୍ତନ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଏପରିକି ସ୍ଥଳଭାଗ ଛୁଇଁବ କି ନାହିଁ ଏବଂ କେତେବେଳେ ଦିଗ ବଦଳାଇବ ସେ ବାବଦରେ କୌଣସି ସୂଚନା ମିଳିନାହିଁ ।

ସେପଟେ ସମ୍ଭାବ୍ୟ ବାତ୍ୟାକୁ ଦେଖି ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାତ୍ୟର ପ୍ରଭାବ ଓ ପ୍ରସ୍ତୁତିକୁ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସହ କରିଛନ୍ତି ଆଲୋଚନା। ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ସ୍ପଷ୍ଟ ହୋଇନଥିବା ବେଳେ ଘଣ୍ଟାପ୍ରତି ସର୍ବାଧିକ ୧୦୦ କିଲୋମିଟର ବେଗରେ ପବନ ବହିବ ବୋଲି କହିଛନ୍ତି ଆଇଏମଡି ଡିଜି।