Home ଆଞ୍ଚଳିକ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି

ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି

36

ପୁରୀ, ୦୩/୧୨/୨୧ (ଜିଲ୍ଲା ଖବର ) : ପୁରୀ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି । ୩ ଦିନ ଧରି ଏହି ନୀତି ପାଳନ କରାଯିବ । ଏହି ତିନିଦିନ ମହାପ୍ରଭୁ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧବେଶରେ ବିଭୂଷିତ ହୋଇଥାନ୍ତି ।

 ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନି ଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଛି। ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେଇଥାନ୍ତି ।

ତେବେ ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଧେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଦେବକୀ, ବାସୁଦେବ,ନନ୍ଦ,ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କ ପାଇଁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି।