
୦୩/୧୨/୨୧ (ଜିଲ୍ଲା ଖବର ) : ଆଜି ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ । ପ୍ରତିବର୍ଷ ଡିସେମ୍ବର ୩ ତାରିଖ ଆଜିର ଦିନରେ ବିଶ୍ୱବ୍ୟାପୀ ଏହି ଦିବସ ପାଳନ କରାଯାଉଛି । ଜାତିସଂଘ ଆନୁକୂଲ୍ୟରେ ୧୯୯୨ ମସିହାରୁ ଡିସେମ୍ବର ୩ ତାରିଖକୁ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ଭାବରେ ପାଳନ କରାଯାଉଛି।
ଭିନ୍ନକ୍ଷମ ତଥା ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ସମ୍ମାନ, ସମର୍ଥନ ଦେବା ଓ ସ୍ୱାବଲମ୍ବୀ କରିବା ସହ ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ । ସମାଜର ସାଧାରଣ ବର୍ଗର ଲୋକଙ୍କ ଭଳି ରାଜନୀତିକ, ସାମାଜିକ, ଅର୍ଥନୈତିକ ଓ ସାଂସ୍କୃତିକ ଆଦି ସମସ୍ତ କ୍ଷେତ୍ରରେ ଭିନ୍ନକ୍ଷମଙ୍କର ସମାନ ଅଧିକାର ଉପରେ ଏହି ଦିବସ ସଚେତନ କରେ।



