
୦୯/୧୨/୨୧ (ଜିଲ୍ଲା ଖବର ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ନିଜ ନିର୍ବାଚନe ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ଜଣାପଡିଛି । ପରିପ୍ରେକ୍ଷୀରେ ଆଜି ଗଂଜାମ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ ହିଞ୍ଜିଳି ଗସ୍ତ କରି ରୋଡମ୍ୟାପ ପ୍ରସ୍ତୁତ କରିବା ସହ ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଥିଲେ।ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟରେ ନିର୍ମିତ ବିଜୁ ପଟ୍ଟନାୟକଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତିର ଉନ୍ମୋଚନ କରାଯିବା ସହ ଉନ୍ମୋଚନ କରାଯିବା ସହ ରୂପାନ୍ତରିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ,ମିନି ଷ୍ଟାଡିୟମର ହ୍ହେଲିପ୍ୟାଡ ବୁଲି ଦେଖିବା ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ସମୀକ୍ଷା କରିଥିଲେ। ହିଞ୍ଜିଳି ବିଧାୟକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚିତ ହେବା ପରେ ତାଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ କିପରି ସୁରୁଖୁରୁରେ ସମାପନ ହେବ, ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ,ବିଡ଼ିଓ ସୁବ୍ରତ କୁମାର ଜେନା, ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


