
୧୧/୧୨/୨୧ (ଜିଲ୍ଲା ଖବର ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୧ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୬, ମୟୁରଭଞ୍ଜରୁ ୧୯, ଯାଜପୁର ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଁଏ ରହିଥିବା ବେଳେ ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୫ଜଣ ଲେଖାଏ ରହିଛନ୍ତି । ରାଜ୍ୟରେ ଏବେ ୨ ହଜାର ୧ଟି ଆକ୍ଟିଭ୍ କେସ୍ ରହିଛି ।


