
ଭୁବନେଶ୍ୱର, ୧୨/୧୨/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ଭଦ୍ରକ ଜିଲ୍ଲାର ହୋଇଥିବା ଜଣାପଡିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୫୭୪ ରେ ପହଞ୍ଚିଛି । ଏଥି ମଧ୍ୟରୁ ୧୯୫୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୧୩୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୧୭୧୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।



