Home ଆଞ୍ଚଳିକ ରାଜ୍ୟରେ ଚିହ୍ନଟ ହେଲେ ୧୬୦ କରୋନା ପଜିଟିଭ୍

ରାଜ୍ୟରେ ଚିହ୍ନଟ ହେଲେ ୧୬୦ କରୋନା ପଜିଟିଭ୍

14

ଭୁବନେଶ୍ୱର, ୧୨/୧୨/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଧିରେ ଧିରେ କମୁଛି ସଂକ୍ରମିତଙ୍କ ସଂଖ୍ରା।  ଗତ ୨୪ ଘଣ୍ଟା ମଧ୍ୟରେ ୧୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୫୭୪ ରେ ପହଞ୍ଚିଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୦ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୫୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୧୩୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୧୭୧୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ସେହିପରି ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି ।