
୧୩/୧୨/୨୧ (ଜିଲ୍ଲା ଖବର ) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଶୀ ବିଶ୍ୱନାଥ ଧାମ ପ୍ରକଳ୍ପର ଉଦଘାଟନ କରିବେ। ଏହି ପୂର୍ବରୁ ରବିବାର ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାଶୀ ବିଶ୍ୱନାଥ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ହୋଇଥିବା ପ୍ରସ୍ତୁତିର ତଦାରଖ କରିଛନ୍ତି । ଉଭୟ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପରିସର ନିରୀକ୍ଷଣ କରିଛନ୍ତି।
ଦୁଇ ଦିନିଆ ବାରାଣାସୀ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ଘରୋଇ ସଂସଦୀୟ କ୍ଷେତ୍ର ବାରାଣାସୀ ମୋଦି ସାଙ୍ଗରେ ଧରି ଆସୁଛନ୍ତି ବଡ ଭେଟି। ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଦିନର ପରିକଳ୍ପନା ନେବେ ବାସ୍ତବତାର ରୂପ।
ଦୁଇ ଦିନିଆ ଗସ୍ତ କାଳରେ ଆଜି ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଶୀ ବିଶ୍ୱନାଥ ଧାମ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ପୂର୍ବରୁ ପ୍ରସ୍ତୃତି କାର୍ଯ୍ୟ ତଦାରଖ କରିଛନ୍ତି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ।
ରବିବାର ସଂଧ୍ୟାରେ କେନ୍ଦ୍ରମନ୍ତ୍ରୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପହଁଞ୍ଚି ଏସବୁର ତଦାରଖ କରିଛନ୍ତି। ଏହା ପୂର୍ବରୁ ଉଭୟ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପରିସର ନିରୀକ୍ଷଣ କରିଛନ୍ତି ।


