
୧୩/୧୨/୨୧ (ଜିଲ୍ଲା ଖବର ) : ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ। ତିନି ଦଳର ହେବ ଅଙ୍କ କଷା କଷି। ଡିସେମ୍ବର ଶେଷ ସପ୍ତାହରେ ଘୋଷଣା ହେବ ପଞ୍ଚାୟତ ନିର୍ବାଚନ ତାରିଖ । ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ । ତିନି ଦିନ ପରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ଅର୍ଥାତ ଆସନ୍ତା ୧୭ରେ ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ ଯେ, ପଞ୍ଚାୟତ ନିର୍ବାଚନ ନେଇ ନିର୍ବାଚନ କମିଶନର ଗାଇଡ଼ଲାଇନ୍ ଜାରି କରିଥିଲେ । ଏଥିରେ ଜଣେ ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀ ଅତି ବେଶୀରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ । ସେହିଭଳି ଜଣେ ସରପଞ୍ଚ ପ୍ରାର୍ଥୀ ୨ ଲକ୍ଷ ଏବଂ ଜଣେ ସମିତି ସଭ୍ୟ ପ୍ରାର୍ଥୀ ଅତି ବେଶିରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କରିପାରିବେ ।


