ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ

51

୧୫/୧୨/୨୧ (ଜିଲ୍ଲା ଖବର ) :  ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଖରାପ ହେବା ହେତୁ ପ୍ରଥମେ ସମ୍ବଲପୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସା ହେଉଥିଲେ। ତେବେ ଅବସ୍ଥାରେ ସୁଧାର ନଆସିବାରୁ ସେ ଏବେ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର ହୋଇଛନ୍ତି । ତେବେ ଏହି ଖବର ଜାଣିବା ପରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ପ୍ରସିଦ୍ଧ ସମ୍ବଲପୁରୀ ଗୀତ ‘ରଙ୍ଗବତୀ’ର ରଚୟିତା ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ ଥିବା କାରଣରୁ ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଜାଣିବାକୁ ପାଇଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି ।

କିଛିଦିନ ହେବ ସେ ଅସୁସ୍ଥତା ଅନୁଭବ କରି ଘରେ ବିଶ୍ରାମ ନେଉଥିଲେ ରଙ୍ଗବତୀ ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆ । ଆଜି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ତାଙ୍କୁ ଚିକିତ୍ସା ପାଇଁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।