Home ଆଞ୍ଚଳିକ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

121

ବେଲଗୁଣ୍ଠା, ୨୨/୧୨/୨୧ ( ଜିଲ୍ଲା ଖବର : ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ପଞ୍ଚାୟତ ଅନ୍ତର୍ଗତ ଗୋପନଗର ପ୍ରାଥମିକ ବିଦ୍ୟାଳୟରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ରଶ୍ମିତା ଭୂୟାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଗାଙ୍ଗପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କାର୍ତ୍ତିକେୟ ସେଠୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଗୋବରା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନିକୁଞ୍ଜ ନାୟକ, କୁମୁଣ୍ଡି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିଶିର କୁମାର ସ୍ୱାଇଁ, ସହକାରୀ ଶିକ୍ଷକ ଜଗନ୍ନାଥ ପାଇକ ପ୍ରମୁଖ ଉପସ୍ଥିତ ଥିଲେ I

ଏହି ଅବସରରେ ବିଦ୍ୟାଳୟ ତରଫରୁ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଖଲି ବେହେରାଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର ଏବଂ ଉପଢ଼ୌକନ ପ୍ରଦାନ କରି ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ବେଳେ ବିଦ୍ୟାଳୟରୁ ପଦୋନ୍ନତି ପାଇ ଅନ୍ୟତ୍ର ବଦଳି ହୋଇଯାଇଥିବା ପ୍ରଧାନ ଶିକ୍ଷକ ବିଷ୍ଣୁପ୍ରସାଦ ବେହେରାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା I ସେହିପରି ବିଦ୍ୟାଳୟରେ ନୂତନ ଭାବେ ଯୋଗ ଦେଇଥିବା ଶିକ୍ଷକ ଶିତଳ ପ୍ରସାଦ ଜେନାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା I ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ଶିତଳ ପ୍ରସାଦ ଜେନା ପରିଚାଳନା କରିଥିବା ବେଳେ ଅଙ୍ଗନୱାଡ଼ି କର୍ମୀ ମମତା ପାଣିଗ୍ରାହୀଙ୍କ ସମେତ ପରିଚାଳନା କମିଟି ସଦସ୍ୟ ସଦସ୍ୟାମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I