
ଭୁବନେଶ୍ୱର, ୦୭/୦୧/୨୨ (ଜିଲ୍ଲା ଖବର ): ଶୀତରେ ଭିଜେଇବ ବର୍ଷା । ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଆସୁଛି ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ଜାନୁଆରି ୧୦ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା। ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ୧୦ ପରେ ବର୍ଷାର ପରିମାଣ ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ ବୋଲି ଆକଳନ କରାଯାଇଛି ।
ବର୍ଷା ଆଶଙ୍କା ଥିବା ୧୦ଟି ଜିଲ୍ଲା ହେଉଛି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର । ସମ୍ପୃକ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
ପଶ୍ଚିମ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ କିମ୍ବା କୁଆପଥର ମାଡ଼ ହୋଇପାରେ । ସେପଟେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଗ ମୁଖତଃ ଶୁଖିଲା ରହିବା ସହ ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



