Monday, October 12, 2026
Home ଆଞ୍ଚଳିକ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ।

ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ।

143

ବେଲଗୁଣ୍ଠା, ୨୪/୦୩/୨୨ ( ଜିଲ୍ଲା ଖବର ) : ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ସରକାରୀ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ଦଶମଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ଉତ୍ସବ ଶ୍ରେଣୀ ଶିକ୍ଷକ ସୁରେନ୍ଦ୍ର କୁମାର ରଇତ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିବା ବେଳେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ନାୟକ ଆଗାମୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ସମସ୍ତ ପ୍ରସ୍ତୃତି ଶେଷ କରିବାକୁ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ I କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ତମ ମାର୍ଗ ପରିଦର୍ଶନ କରାଇଥିଲେ I କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଜୟରାମ ବିଶ୍ୱାଳ ଧନ୍ୟବାଦ ଜ୍ଞାପନ କରିଥିଲେ I