
କୋଦଳା (ଜିଲ୍ଲା ଖବର) : ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଶାଙ୍କୁଡ଼ା ସ୍ଥିତ ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ବେଶ୍ ମହାସମାରୋହରେ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ମହାମାନ୍ଯ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ପଞ୍ଚାୟତରାଜ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନା, ଆସିକା ସାଂସଦ ପ୍ରମିଳା ବିଷୋୟୀ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇଥିଲେ l ଚରିତ୍ର ଗଠନର ଶିକ୍ଷା ହିଁ ମୂଳମନ୍ତ୍ର ବୋଲି ରାଜ୍ୟପାଳ ଉଦବୋଧନ ଦେଇଥିଲେ l ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସହିତ କରିଥିଲେ l ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ବିଦ୍ୟାଳୟ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି ଓ ଆଗକୁ ଆହୁରି ଅନେକ ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ପ୍ରତାପ ଜେନା ନିଜ ବକ୍ତବ୍ୟ ରଖିଥିଲେ l ଏହି ଅବସରରେ ବିଦ୍ୟାଳୟର ପୁରାତନ ଛାତ୍ରଙ୍କୁ ରାଜ୍ୟପାଳଙ୍କ ଦ୍ୱାରା ସମ୍ନାନିତ କରାଯାଇଥିଲା l ବିଧାୟିକା ଲତିକା ପ୍ରଧାନଙ୍କ ସଭାପତିତ୍ବରେ ବିଦ୍ୟାଳୟ କର୍ମଚାରୀ ମଞ୍ଚାସୀନ ରହି ନିଜ ନିଜର ବକ୍ତବ୍ୟ ରଖିଥିଲେ। ପରିଶେଷରେ ଛାତ୍ରୀଛାତ୍ରଙ୍କ ଦ୍ବାରା ସୁନ୍ଦର ମନୋରଞ୍ଜନ କାର୍ଯ୍ୟକ୍ରମ ଗୀତ ନାଚ ପରିବେଷଣ କରାଯାଇଥିଲା।



