
ନୂଆଦିଲ୍ଲୀ, ୨୫/୧୨ ; ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । “ଦେଶବାସୀଙ୍କ ହୃଦୟରେ ରହିଥିବା ପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।



