Saturday, November 14, 2026
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

100

ଛତ୍ରପୁର,୨୦/୦୭(ଜିଲ୍ଲା ଖବର) : ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖ୍‌ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଚଳିତ ଜୁଲାଇ ୧୭ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି । କୌଣସି କର୍ମଚାରୀ ନିଜ ସଦର ମହକୁମା ଛାଡି ଯାଇ ପାରିବେ ନାହିଁ । ଯଦି କୌଣସି କର୍ମଚାରୀଙ୍କର ନିହାତି ଛୁଟି ଆବଶ୍ୟକ ଥାଏ ତେବେ ଜିଲ୍ଲାପାଳଙ୍କ ଅନୁମତି ନେଇ ଛୁଟିରେ ଯାଇ ପାରିବେ ବୋଲି ଜିଲ୍ଲା ଜରୁରୀ କାଳୀନ ନିର୍ଦ୍ଦେଶ ନାମାରେ ଜଣାଇଛନ୍ତି ।