Saturday, November 14, 2026
Home ଆଞ୍ଚଳିକ ବେଲଗୁଣ୍ଠା ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଆଲୋଚନା ଚକ୍ର l

ବେଲଗୁଣ୍ଠା ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଆଲୋଚନା ଚକ୍ର l

87

ବେଲଗୁଣ୍ଠା , ୨୯/୦୭/୨୨ ( ଜିଲ୍ଲା ଖବର ) : ଆଜି ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଶିକ୍ଷା ବିଭାଗର ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ତ୍ରିପାଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ମହାବିଦ୍ୟାଳୟର ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ, ସପନ କୁମାର ପ୍ରଧାନ, ପିଙ୍କି ପାତ୍ର, ରଜତ ଆରୁଖ, ରଞ୍ଜିତ୍ ସାମଲ ପ୍ରମୁଖ ମଞ୍ଚାସୀନ ଥିଲେ I ଏହି ଅବସରରେ ଶିକ୍ଷା ବିଭାଗର ତୃତୀୟ ବର୍ଷର ଛାତ୍ରୀ ସୁଶ୍ରୀ ଇତିଶ୍ରୀ ସାହୁ ସର୍ବ ଶିକ୍ଷା ଅଭିଯାନ ସନ୍ଦର୍ଭ ପାଠ କରିଥିଲେ I କାର୍ଯ୍ୟକ୍ରମରେ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ଅଧ୍ୟାପକ ସପନ କୁମାର ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ଧନ୍ୟବାଦ ଜ୍ଞାପନ କରିଥିଲେ I