Thursday, November 12, 2026
Home ଆଞ୍ଚଳିକ ଜିଲ୍ଲା ସଦର ମୋହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

ଜିଲ୍ଲା ସଦର ମୋହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

53

ରାୟଗଡ଼ା , ୦୧/୦୮/୨୨ ( ଜିଲ୍ଲା ଖବର ) : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମୋହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେଵସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା,ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା,ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ,

ଉପଜିଲ୍ଲାପାଳ ରାୟଗଡ ଭୀମସେନ ଶବର, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବାଗ, ଉଦୟାନ କୃଷି ଉପନିର୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ,

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ତହସିଲଦାର ତାପସ କୁମାର ରାଉତ,ବିଡ଼ିଓ ଲକ୍ଷ୍ମୀ ନାରାୟଣ ସାବତ, ପୌର ନିର୍ବାହୀ ଅଧିକାରୀ ୟାସସିର ବିଲଲ ଅହମଦ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଧ୍ରୁବଚରଣ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ,ରାୟଗଡ, ଶେଖ ଆଲେନୁର, ନିର୍ବାହୀଯନ୍ତ୍ରୀ ବିଦ୍ୟୁତ ନାରାୟଣ ନାୟକ,ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୬୦ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ୫୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୬ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୩ଜଣକୁ ମୁଖ୍ୟମନ୍ତ୍ରୀ ରାହତ କୋଷରୁ ୨୫ହଜାର ଟଙ୍କl ଏବଂ ୨ଜଣକୁ ଜିଲ୍ଲା ରେଡ଼ କ୍ରସ ସଂସ୍ଥାରୁ ୧୦ହଜାର ଟଙ୍କା ସର୍ବୋମୋଟ ୩୫ହଜାର ଟଙ୍କା ଜିଲ୍ଲାପାଳ ଶ୍ରୀମତି ଦେଵସିଂ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀମତି ଦେଵସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ଜିଲ୍ଲା ରୁ ପ୍ରସନ୍ନ କୁମାର ପଣ୍ଡା ଙ୍କ ରିପୋର୍ଟ ଜିଲ୍ଲା ଖବର।