Saturday, November 14, 2026
Home ଆଞ୍ଚଳିକ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ ।

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ ।

63

ବେଲଗୁଣ୍ଠା, ୨୬/୦୯/୨୨ ( ଜିଲ୍ଲା ଖବର ) : ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଯାଇଛି I

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଧ୍ୟାପକ ଡଃ ଗୁରୁମୂର୍ତ୍ତୀ ନାୟକ ଏବଂ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଆଶୋକ କୁମାର ସ୍ଵାଇଁ ଯୋଗ ଦେଇଥିଲେ I

ଜାତୀୟ ସେବା ଯୋଜନା ୟୁନିଟ୍-1 ର କାର୍ଯ୍ୟକ୍ରମ ଅଧିକାରୀ ଡ.ପ୍ରଫୁଲ୍ଲ କୁମାର ଜେନା, ୟୁନିଟ୍-2 ର କାର୍ଯ୍ୟକ୍ରମ ଅଧିକାରୀ ଅଜୟ କୁମାର ବିଶ୍ୱାଳ, ୟୁନିଟ୍-3 ର କାର୍ଯ୍ୟକ୍ରମ ଅଧିକାରୀ ସପନ କୁମାର ପ୍ରଧାନଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ଶିବରାମ ଚୌଧୂରୀ ଏବଂ ଶୁଶାନ୍ତ କୁମାର ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ I

ଏହି ଅବସରରେ ଉପସ୍ଥିତ ଅତିଥି ମାନେ ଜାତୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ I ଏଥିରେ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ବେଲଗୁଣ୍ଠା ସହର ସମେତ ପୋଷ୍ୟଗ୍ରାମକୁ ପରିକ୍ରମା କରିଥିଲେ I

ୟୁନିଟ୍-3 ର କାର୍ଯ୍ୟକ୍ରମ ଅଧିକାରୀ ସପନ କୁମାର ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ l