ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ।

30

ବଲାଙ୍ଗିର , ୧୧/୧୦/୨୨ ( ଜିଲ୍ଲା ଖବର ) : ଅକ୍ଟୋବର ମାସ ନିମନ୍ତେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପ-ଜିଲ୍ଲାପାଳ କୁମାର ନାଗଭୂଷଣ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ , ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର ଓ ସିଡିପିଓ ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୭୭ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନମଧ୍ୟରୁ ୭୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୩ ଗୋଟି ସାମୁହିକ ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହିସବୁ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଜରିଆରେ ଜଣଙ୍କୁ ଅବିବାହିତ ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁରୀପତ୍ର କରାଯାଇଥିଲା । ସେହିପରି ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଛେଲଖାଇ,ରୋଥ ର ଅମର ସିଂ କୁମ୍ଭାର ଙ୍କୁ ୫ ହଜାର ଓ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ ଖୁଜେନପାଲି ର ବସନ୍ତ ବାଗ ଙ୍କୁ ୨ ହଜାର ଟଙ୍କା ର ସହାୟତା ରାଶି ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।