
ବେଲଗୁଣ୍ଠା,୧୫/୧୧(ଜିଲ୍ଲା ଖବର) : ବେଲଗୁଣ୍ଠା ବ୍ଳକ୍ ଆମ୍ବପୁଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭଜରାମ ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ପଞ୍ଚାୟତ ସମିତି ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବାବେଳେ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା,ଏବିଇଓ ସବିତା ମଲ୍ଲିକ,ସିଆରସିସି ପ୍ରଶାନ୍ତ କୁମାର ପଟ୍ଟନାୟକ,ଶଙ୍କର ନାରାୟଣ ସେଠୀ, ନାଏବ ସରପଞ୍ଚ ଶିବରାମ ସେଠୀ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ପ୍ରଶାନ୍ତ ରଣା,ଶିକ୍ଷାବିତ୍ ରାମଚନ୍ଦ୍ର ପଟ୍ଟନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ I ଶିକ୍ଷକ ମନୋଜ ପଟ୍ଟନାୟକ,ପ୍ରଭାତ କୁମାର ଜାନୀ, ଚିତ୍ରସେନ ନାହାକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ସାଗରିକା ଖଟେଇ ଏବଂ ସସ୍ମିତା ସେଠୀ ସହଯୋଗ କରିଥିଲେ I ଶିକ୍ଷକ ଅନନ୍ତ କୁମାର ସେଠୀ ମଞ୍ଚ ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ପ୍ରଭାସିନୀ ପାତ୍ର ଧନ୍ୟବାଦ ଜ୍ଞାପନ କରିଥିଲେ I ଆଲିସା ପ୍ରଧାନ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ I


