
ପାରଳାଖେମୁଣ୍ଡି, ୨୨/୮(ପ୍ରଭାତ କୁମାର ପାତ୍ର) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ୪୩ ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନିତାରାଣି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗଜପତି ଜିଲ୍ଲାପାଳ ଅନୁପମ ଶାହା ,ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଚଞ୍ଚଳ ରାଣା, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ପାରଳା ବିଧାୟକ କେ ନାରାୟଣ ରାଓ, ମୋହନା ବିଧାୟକ ଦାଶରଥି ଗମାଙ୍ଗ ଓ ଜିଲ୍ଲା ପରିଷଦ ଉପା- ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ବୈଠକରେ ପ୍ରସ୍ତାବ ପଠନ ପରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ସେମାନଙ୍କର କାର୍ଯ୍ୟ ଉପରେ ମତ ଉପସ୍ଥାପନ କରିବା ସହ ଜିଲ୍ଲା ପରିଷଦ ସଭ୍ୟ ମାନେ ଉପସ୍ଥିତ ରହି ବୈଠକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏହି ବୈଠକ ଜିଲ୍ଲା ପରିଷଦ ସମ୍ନୀଳନି କକ୍ଷରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ପରିଷଦ ସଭ୍ୟ ମାନେ ନିଜ ନିଜ ଅଞ୍ଚଳର ସମସ୍ୟା ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ସରକାରୀ ଅଧିକାରୀ ମାନେ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନେ ଉପସ୍ଥିତ ଥିଲେ।



