ଗୁଣୁପୁର ବ୍ଲକ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱର୍କରସ ଆସୋସିଏସନ୍ ତୋରଫରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା

58

ଗୁଣୁପୁର: ୨୩/୧୧/୨୨ : ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱର୍କରସ ଆସୋସିଏସନ୍ ର ତୋରଫୋର ଅନିର୍ଦ୍ଧିଷ୍ଟ କାଳପର୍ଯ୍ୟନ୍ତ ଧର୍ମଘଟ ଜାରୀରହିବ। ଗୁଣୁପୁର ICDS କେନ୍ଦ୍ର ରେ ଅନୁଷ୍ଠିତ ହୋଇଯାଇଛି। ଗୁଣୁପୁର। ମୂଖ୍ୟ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ଯ ସଂପାଦକ ଶ୍ରୀ ଯୋଗେଶ୍ଵର ଦାସ , ଅଙ୍ଗନୱାଡ଼ି ଲେଡିଜ୍ ୱର୍କରସ ଆସୋସିଏସନ୍ ର ଜିଲ୍ଲା ସଭାନେତ୍ରୀ ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ , ଜିଲ୍ଲା ସଂପାଦିକା ଉଷାରାଣୀ ଦାଶ , ଗୁଣୁପୁର ବ୍ଲକ ସମ୍ପାଦିକା ସୁସୁମ ଦାସ ଗୁଣୁପୁର ବ୍ଲକ ସଭାପତି ମନୋଜ ଦାସ ଓ ଅଙ୍ଗନବାଡି କର୍ମୀ ମାନେ ଯୋଗଦେଇ ଅଙ୍ଗନବାଡି କର୍ମୀ ଙ୍କ ୮ଦଫା ଦାବିକୁ ପୂରଣ କରିବା ପାଇଁ ଧାରଣାରେ ବସିଥିଲେ । ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୂଖ୍ୟ ଭୂମିକା ନେଉଥିବା ସହ ଶିଶୁ ମୃତ୍ୟୁ ହାର ମା ମୃତ୍ୟୁ ହାର କମାଇବାରେ ମୂଖ୍ୟ ଭୂମିକା ନେଉଥିବା ଅଙ୍ଗନୱାଡ଼ି କର୍ମୀ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଏବଂ ଅଣଦେଖା କୁ ବିରୋଧ କରିବା ସହ ଦୃଢ଼ ବିରୋଧ କରିଥିଲେ। ଏବଂ ସରକାରଙ୍କ ଓଜନ ସପ୍ତାହ କାର୍ଯ୍ୟକ୍ରମ କରିବା ଦ୍ଵାରା କର୍ମୀମାନେ ବିଭ୍ରାନ୍ତ ହେଉଥିବା ରୁ ସେହି କାର୍ଯ୍ୟକ୍ରମକୁ ମୋବାଇଲ ମାଧ୍ୟମରେ ବନ୍ଦ କରି ସହି କାମକୁ ଖାତା ପତ୍ର ମାଧ୍ୟମରେ କରିବା ପାଇଁ ସରକାରଙ୍କ ନିକଟରେ ଅନୁରୋଧ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଅଙ୍ଗନୱାଡ଼ି କର୍ମୀ ମାନଙ୍କ ଦରମା ବିଭାଜିତ ହୋଇ ପ୍ରଦାନ କରୁଥିବାରୁ ଦୃଢ଼ ବିରୋଧ କରାଯାଇଥିଲା ଏପରିକି ଅଙ୍ଗନୱାଡ଼ି କର୍ମୀ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଅବହେଳା ଏବଂ ଅଣଦେଖା କୁ ବିରୋଧ କରିବା ସହ ଆସନ୍ତା ଦିନରେ ସରକାର ଏବଂ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ସମାଧାନ ନକରନ୍ତି ତାହା ହେଲେ ଆସନ୍ତା ଦିନରେ ଭାରତୀୟ ମଜଦୁର ସଂଘ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ସ୍ଲୋଗାନ ଦେଇଥିଲେ ଅଙ୍ଗନବାଡି କର୍ମୀଙ୍କୁ ୧୮୫୦୦/-ଓ ସହକର୍ମୀ ମାଆଙ୍କୁ ୯୫୦୦/- ଦରମା ବଢାଇବା ପାଇଁ ଦାବିକରିଥିଲେ।