ଜାତୀୟ ସେବା ଯୋଜନାର ସ୍ଵତନ୍ତ୍ର ଶୀତକାଳୀନ ସେବା ଶିବିର ଉଦ୍‌ଘାଟିତ

65

ବେଲଗୁଣ୍ଠା, ୨୪/୧୨ : ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠାନର ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଦ୍ୱାରା ଜାତୀୟ ସେବା ଯୋଜନାର ସ୍ଵତନ୍ତ୍ର ଶୀତକାଳୀନ ସେବା ଶିବିର ଉଦ୍‌ଘାଟିତ ହୋଇଯାଇଛି ଓ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ପଂଚାୟତ ସମିତି ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଢୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସମାଜସେବୀ ତଥା ତନରଡ଼ା ପଂଚାୟତର ସରପଞ୍ଚ ପ୍ରତିନିଧି ଅନୀଲ୍ କୁମାର ପାଠୀ ଏବଂ ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ଡ .ଗୁରୁମୂର୍ତ୍ତୀ ନାୟକ, ରଞ୍ଜିତ୍ କୁମାର ସାମଲ, ବିଶ୍ୱରଞ୍ଜନ ସ୍ୱାଇଁ, ମନୋଜ କୁମାର ପ୍ରଧାନ, ଗଣମାଧ୍ୟମ ପ୍ରତିନିଧି ଶିବରାମ ଚୌଧୂରୀ ପ୍ରମୁଖ ଉପସ୍ଥିତ ଥିଲେ ଓ ଏହି ଅବସରରେ କାର୍ୟ୍ୟକ୍ରମ ଅଧିକାରୀ ଅଧ୍ୟାପକ ସପନ କୁମାର ପ୍ରଧାନ ପ୍ରାରମ୍ଭିକ ଅଭିଭାଷଣ ଏବଂ ଧନ୍ୟବାଦ ଜ୍ଞାପନ କରିଥିଲେ ଓ ଏହି ଶିବିରରେ ୫୦ ଜଣ ସ୍ଵେଚ୍ଛାସେବୀ ଅଂଶଗ୍ରହଣ କରିଥିବା ବେଳେ ସ୍ଥାନୀୟ ଷୋଡ଼ଙ୍ଗୀ ଗ୍ରାମକୁ ପୋଷ୍ୟଗ୍ରାମ ଭାବେ ଗ୍ରହଣ କରାଯାଇଛି ଓ