ଉସ୍ତାପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

21

ଖଲିକୋଟ, ୭/୦୨ : ଆଜି ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଉସ୍ତାପଡା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଘାସି ସଭାପତିତ୍ୱ କରିଥିବା ବେଳେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନ୍ତୋଷ ବେଉରା ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ମୂଖ୍ୟ ବକ୍ତା ଭାବରେ ସାମ୍ବାଦିକ ତଥା ସମାଜସେବୀ ଅଶୋକ କୁମାର ତ୍ରିପାଠୀ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସମିତି ସଭ୍ୟା ଅହଲ୍ୟା ଦଳେଇ, ସିଆରସିସି ଜଗନ୍ନାଥ ସାମନ୍ତରାୟ, ବରିଷ୍ଠ ଶିକ୍ଷକ ଦନାର୍ଦନ ପଣ୍ଡା ଓ ବିଦ୍ୟାଳୟ କମିଟି ସଭାନେତ୍ରୀ ମାମି ଗୌଡ ପ୍ରମୁଖ ମଞ୍ଚାସିନ ଥିଲେ।ସହକାରୀ ଶିକ୍ଷକ ନିରଞ୍ଜନ ସେଠୀ ମଞ୍ଚ ପରିଚାଳନା କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରାଯାଇଥିଲା। ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ କାର୍ୟ୍ୟକ୍ରମକୁ ଉପଭୋଗ କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ତ୍ରିପାଠୀ, ମମତା ତ୍ରିପାଠୀ ଓ ସୁମିତ୍ରା ସେଠୀ କାର୍ୟ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।