
ଭୁବନେଶ୍ୱର.୭/୦୨ : ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଆଜି ରେଳପଥର ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଭୁବନେଶ୍ୱର ନୂଆ ରେଳ ଷ୍ଟେସନ ନୀରିକ୍ଷଣକରି ବିକାଶମୂଳକ କାର୍ୟ୍ୟର ସମୀକ୍ଷା କରିଛନ୍ତି ଜ୍ଝ ଯାତ୍ରୀ ସୁବିଧା ଏବଂ ଟ୍ରେନ୍ ଚଳାଚଳ ସହିତ ସେ ରେଳବାଇର ବିଭିନ୍ନ ବିକାଶମୂଳକ କାର୍ୟ୍ୟକଳାପ ଉପରେ ମଧ୍ୟ ଆଲୋଚନା କରିଥିଲେ ଜ୍ଝ ତୃଣମୂଳ ସ୍ତରରୁ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ସହଭାଗୀ ମାନଙ୍କ ସହିତ ଘନିଷ୍ଠ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି ଯାହା ଦ୍ୱାରା ଚାଲୁରହିଥିବା ଓ ପ୍ରସ୍ତାବିତ ବିକାଶ ମୂଳକ କାର୍ୟ୍ୟ ଶୀଘ୍ର ସମ୍ପାଦନ କରାଯାଇ ପାରିବ |



