Wednesday, November 11, 2026
Home ଆଞ୍ଚଳିକ ବ୍ରହ୍ମପୁର ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ

ବ୍ରହ୍ମପୁର ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ

55

ବ୍ରହ୍ମପୁର, ଜାନୁଆରୀ ୧୭ (ଲକ୍ଷ୍ମୀନରାୟଣ ମିଶ୍ର) ; ବ୍ରହ୍ମପୁର ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଶିକ୍ଷାଅଧିକାରୀ ଡ.ସନାତନ ପଣ୍ଡାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ସମ୍ମାନୀତ ଅତିଥି ବିଡିଏ ଅଧ୍ୟକ୍ଷ ସୁବାଷ ମହାରଣା ଓ ମୁଖ୍ୟବକ୍ତା ଭାବେ ଏମକେସିଜି ମେଡିକାଲ କଲେଜର ଡିନ୍ ଡକ୍ଟର ରାଧାମାଧବ ତ୍ରିପାଠୀ ଯୋଗ ଦେଇ ଉତ୍ସବର ଶୁଭାରମ୍ଭ କରିଥିଲେ । ପୂର୍ବରୁ ବିଦ୍ୟାଳୟ ଯେଭଳି ସୁନାମ ଅର୍ଜନ କରିଆସିଛି ତାହାକୁ ବଜାୟ ରଖିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ ଅତିଥିମାନେ ।

ଏହି ଅବସରରେ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରାଯାଇଥିଲା । ପୂର୍ବରୁ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ ମୁଖ୍ୟ ଅତିଥି । ଶେଷରେ ପିଲାଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୌଦାମିନୀ ପଟ୍ଟନାୟକ, ରଙ୍ଗେଇଲୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ଡ.ପ୍ରଭାତୀ ମହାପାତ୍ର, ଗଞ୍ଜାମ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ବିନୀତା ସେନାପତି, ବିଦ୍ୟାଳୟ ମ୍ୟାନେଜିଙ୍ଗ୍ କମିଟିର ଡି. ରଶ୍ମିତା ପାତ୍ର, ପୂର୍ବତନ କର୍ପୋରେଟର ମମତା ପାତ୍ର, ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ, ଅବିଭାବକ, ବହୁ ସଂଖ୍ୟାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଏଥିରେ ଯୋଗ ଦେଇଥିଲେ ।