ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

5

ଭୁବନେଶ୍ୱର,୨୧/୧୧(ଜିଲ୍ଲା ଖବର) : ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପ୍ରକଳ୍ପ ଗୁଡିକ ହେଲା- ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ସୁଲଭ ବାସଗୃହ, ସତ୍ୟନଗର ଶାନ୍ତିପଲ୍ଲିରେ ବସ୍ତି ପୁନଃର୍ବିକାଶ ପ୍ରକଳ୍ପ ଓ ସୁବୁଦ୍ଧିପୁରରେ ସୁଲଭ ବାସଗୃହ ପ୍ରକଳ୍ପ। ଏହି ସବୁ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ନୂଆ ଘରର ଚାବି ହସ୍ତାନ୍ତର କରିଛନ୍ତି।

ଏହି ୩ଟି ପ୍ରକଳ୍ପରେ ସମୁଦାୟ ୧୭୨୨ ଜଣ ହିତାଧିକାରୀ ଘର ପାଇଛନ୍ତି। ଏହି ସମସ୍ତ ପ୍ରକଳ୍ପ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ବାରା ନିର୍ମାଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରର ବିକାଶରେ ବସ୍ତିଲୋକଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଗରିବ ଲୋକମାନଙ୍କୁ ନୂଆ ଘର ଭଲ ଘର ଯୋଗାଇ ଦେଇ ମୁ ବହୁତ ଖୁସି।”

ଏହି ସବୁ ପ୍ରକଳ୍ପ ପାଇଁ ପାନୀୟ ଜଳଯୋଗାଣ, ଡ୍ରେନେଜ୍ ବ୍ୟବସ୍ଥା, ସ୍ୱେରେଜ୍ ବ୍ୟବସ୍ଥା, ରାସ୍ତା ଆଲୋକୀକରଣ, ଦୋକାନ ଘର ସହିତ ପାଠାଗାର, ରିଡିଙ୍ଗ ରୁମ୍, ଡିସ୍‌ପେନ୍‌ସରି ଆଦି ଅନେକ ସୁବିଧାର ବ୍ୟବସ୍ଥା କରାଯାଇଛି। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।