Sunday, October 11, 2026
Home ଆଞ୍ଚଳିକ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ

ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ

21

ବେଲଗୁଣ୍ଠା,31/08,ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧୀନସ୍ଥ ବେଲଗୁଣ୍ଠା ସ୍ଥିତ ବୋରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଫ୍ରଫୁଲ୍ଲ କୁମାର ନାୟକ ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି I ଏହି ଅବସରରେ ବ୍ଳକ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତିଭା କୁମାରୀ ରଥ, ଭାଗ୍ୟଲତା ପ୍ରଧାନ, ବରିଷ୍ଠ କିରାଣୀ ଶରତଚନ୍ଦ୍ର ରଥ ପ୍ରମୁଖ ମଞ୍ଚାସୀନ ରହି ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାନପତ୍ର, ଉପଢ଼ୌକନ ଏବଂ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ I ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସମ୍ପାଦକ ମନୋରଞ୍ଜନ ବିଷୋୟୀ, ଉପସଭାପତି ଶଲ୍ୟ କୁମାର ସିଅ, ଶିକ୍ଷକ ଶିଶିର କୁମାର ସ୍ୱାଇଁ ପ୍ରମୁଖ ଶିକ୍ଷକ ଶ୍ରୀ ନାୟକଙ୍କ ଜୀବନ ବ୍ୟାପୀ ସେବା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ I ସିଆରସିସି ମନୋଜ ପଟ୍ଟନାୟକ,ହରେକୃଷ୍ଣ ଶତପଥୀ,ରମେଶ କୁମାର ପାଣିଗ୍ରାହୀ, ବିଦେଶୀ ବାଡତ୍ଯା,ସୁଧୀର କୁମାର ଦାସ, ଶିକ୍ଷକ ଶିତଳ ପ୍ରସାଦ ଜେନା, ଝାପଲ୍ ମାରାଣ୍ଡି, ଅନନ୍ତ ସେଠୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ସିଆରସିସି ଛାୟାକାନ୍ତ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ମହାନ୍ତି ଧନ୍ୟବାଦ ଜ୍ଞାପନ କରିଥିଲେ Iଏହି ଅବସରରେ ସମ୍ପୃକ୍ତ ଶିକ୍ଷକଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ପେନସନ୍ ସମ୍ଵନ୍ଧୀୟ କାଗଜପତ୍ର ପ୍ରଦାନ କରଯାଇଥିଲା I