ନୟାଗଡ଼ରେ ଲୋକ ଅଦାଲତ ଅନୁଷ୍ଠିତ

2

ନୟାଗଡ଼ : ଜାତୀୟ ଆଇନ ସେବା ପ୍ରାଧ୍ଵରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧ୍ଵରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ 17 ଟି ଫଇସଲା କରାଯାଇ ୧୫୧୨୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ୟାନ୍ୟ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା । ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥୁବା ୧୦୯ ଜଣ ଋଣ ଗ୍ରହିତାଙ୍କଠାରୁ ୩୬୨୩୭୨୧ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ସେହିପରି ୪୦୭୬ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୯୨୦୮୪୪ ଟଙ୍କା ଆଦାୟ କରଯାଇଥିଲା ଏବଂ ଅନ୍ୟାନ୍ୟ ଦେଵାନି ୭୯ ଟି ମାମଲାର ଫଇସଲା ହୋଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଶ୍ରୀମତୀ ରିଜା ରାୟ, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ଶ୍ରୀ ସତ୍ୟବ୍ରତ ରଣା, ବରିଷ୍ଠ ଦେୱାନି ଅଦାଲତ ବିଚାରପତି(ଏଲ ଆର ଆଣ୍ଡ ଏଲ ଟିଭି ) ଶ୍ରୀ ରବି ନାରାୟଣ ବେହେରା, ଉପଖଣ୍ଡ ଫୌଜଦାରୀ ବିଚାରପତି ସୋନାଲୀ ସରିତା ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିଗ୍ଧା ଦାସ, ଜିଲ୍ଲା ଆଇନ ସେବା ପ୍ରାଧ୍ଵରଣ ସଚିବ ଶ୍ରୀମତୀ ଅଞ୍ଜଳି ମଚ୍ଛଖଣ୍ଡ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ସ୍ବୟଂ ପ୍ରଭା ଆଚାର୍ୟ ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଲୋକ ଅଦାଲତକୁ ସଫଳ କରିବା ପାଇଁ ସମସ୍ତ ନ୍ୟାୟ ଅଧୁକାର ମିତ୍ର, ଅଧ‌ିବକ୍ତା ଦଣ୍ଡପାଣି ସ୍ବାଇଁ, ରମେଶ ଚନ୍ଦ୍ର ମହାରଣା, କାମାକ୍ଷା ପ୍ରସାଦ ଦାଶ, ସଦସ୍ୟ ଓମାର ମଲ୍ଲିକ ଏବଂ ଜିଲ୍ଲା ଆଇନ ସେବା ପ୍ରାଧ୍ୟାକରଣ ର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।