ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ

49

ବାଲିପଦର,୭/୧(ଜିଲ୍ଲା ଖବର) : ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ଛାତ୍ରି ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗତ 06.01.2025 ତାରିଖରୁ ଚାଲୁରହିଛି। ଏହି କାର୍ଯ୍ୟକ୍ରମକୁ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ଅଧକ୍ଷ ଶ୍ରୀ ସରୋଜ କାନ୍ତ ଦାସ ଉଦଘାଟନ କରିଥିଲେ। ଅଧକ୍ଷ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଆତ୍ମ ସୁରକ୍ଷା କାର୍ଯ୍ୟକ୍ରମ ଅଧିକାରୀ ପ୍ରାଧ୍ୟାପିକା ଶ୍ରୀମତୀ ସୁଜାତା କୁମାରୀ ପଟ୍ଟନାୟକ ଉକ୍ତ କାର୍ଯ୍ୟକ୍ରମ ର ରୁପରେଖା ଓ ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ। ଆଞ୍ଚଳିକ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟ ର ଅଧକ୍ଷ ଶ୍ରୀ ଗୋପୀନାଥ ମହାନ୍ତି ମୁଖ୍ୟ ଅତିଥି ରୂପେ ଯୋଗଦେଇ ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା କୌଶଳମାନ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରାଧ୍ୟାପକ ଶ୍ରୀ କୈଳାଶ ଚନ୍ଦ୍ର ସେନାପତି, ଅଧ୍ୟାପିକା କାବେରୀ ବିଷୋୟୀ, ଯଶସ୍ୱିନୀ ଗୌଡ଼ ଉକ୍ତ ସଭାରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଶେଷରେ ଅଧ୍ୟାପିକା ଶ୍ରୀଲଷ୍ମୀପ୍ରିୟା ମହାରଣା ସମସ୍ତ ଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଏବଂ ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା କୌଶଳ ଗୁଡିକ ପ୍ରଶିକ୍ଷକ ମାନେ ତାଲିମ ଦେଇଥିଲେ।