Sunday, October 11, 2026
Home ଜାତୀୟ ସହିଦ ଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ସହିଦ ଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

30
The Prime Minister, Shri Narendra Modi paying floral tributes at the Samadhi of Mahatma Gandhi on the occasion of Martyr’s Day, at Rajghat, in Delhi on January 30, 2018.

ନୂଆଦିଲ୍ଲୀ, (ଜ଼ିଲ୍ଲା ଖବର) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସହିଦ ଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜଘାଟଠାରେ ପ୍ରଧାନମନ୍ତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ ଟ୍ୱିଟ ଜରିଆରେ କହିଛନ୍ତି, “ସହିଦ ଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ମୁଁ ଶ୍ରଦ୍ଧାଞ୍ଜଳି ଜଣାଉଛି । ମହାତ୍ମାଙ୍କ ବ୍ୟକ୍ତିତ୍ୱ, ଚିନ୍ତାଧାରା ଏବଂ ଆଦର୍ଶ ଏକ ସୁଦୃଢ଼ ଏବଂ ସମୃଦ୍ଧ ନୂତନ ଭାରତ ଗଠନ କରିବା ଦିଗରେ ଆମକୁ ଅନୁପ୍ରାଣିତ କରିବ ।”