ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

10

ଧରାକୋଟ,୨୩/୧(ଜିଲ୍ଲା ଖବର) : ଧରାକୋଟ ଅଞ୍ଚଳର ସର୍ବପୁରାତନ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟର ସଭାପତି ତଥା ବି ଇ ଓ ଲିଙ୍ଗରାଜ ସ୍ୱାଇଁ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ଧରାକୋଟ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ସୁଜିତ କୁମାର ପଣ୍ଡା,ସମ୍ମାନିତ ଅତିଥି ଭାବରେ ଅନନ୍ତ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ ପଟ୍ଟନାୟକ,ଅନ୍ୟତମ ଅତିଥି ଭାବରେ ଥାନା ଅଧିକାରୀ ଚନ୍ଦ୍ରିକା ସ୍ୱାଇଁ,ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସୌରୀ ଶଙ୍କର ବେହେରା, ବିଭୂତି ଭୂଷଣ ପାତ୍ର, ଏସ ଏମ ସି ସଭାପତି ପୂର୍ଣ୍ଣ ଚନ୍ଦ୍ର ନାୟକ ପ୍ରମୁଖ ମଞ୍ଚାସିନ ରହିଥିଲେ । ପ୍ରଧାନ ଶିକ୍ଷୟତ୍ରୀ ଗୀତାଞ୍ଜଳି ସାହୁ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ସୁରେଶ କୁମାର ପାତ୍ର ମଞ୍ଚ ପରିଚାଳନା କରିଥିଲେ। ଉପସ୍ଥିତ ଅତିଥି ମାନେ ଛାତ୍ର ଛାତ୍ରୀ ମାନଙ୍କ ଚରିତ୍ର ଗଠନ,ଗୁଣାତ୍ମକ ଶିକ୍ଷା ପ୍ରଦାନ ଏବଂ ଶୃଙ୍ଖଳା ଜ୍ଞାନ ଉପରେ ଗୁରୁତ୍ଵ ଆରୋପ କରିଥିଲେ। ଶିକ୍ଷକ ବୀଧୁ ଭୂଷଣ ରାଉତ,ଗଣପତି ଗମାଙ୍ଗ,ଅନିଲ ନାୟକ ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ସହଯୋଗ ପ୍ରଦାନ କରିଥିଲେ। ଶେଷରେ ପୁରସ୍କାର ବିତରଣ ଉତ୍ସବ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।