Tuesday, October 13, 2026
Home ଆଞ୍ଚଳିକ ଟି ବାଗଲପୁରୁ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବାର୍ଷିକ...

ଟି ବାଗଲପୁରୁ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

239

ଖଲିକୋଟ (ଜିଲ୍ଲା ଖବର) : ଛାତ୍ର ଛାତ୍ରୀ ମାନଙ୍କ ଭିତରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକଶିତ ପାଇଁ ପ୍ରତ୍ୟେକ ବିଦ୍ୟାଳୟରେ ବାର୍ଷିକ ଉସ଼ବର ଆୟୋଜନ କରାଯାଉଛି । ଖଲିକୋଟ ବ୍ଳକ ଅନ୍ତର୍ଗତ ତେନ୍ତୁଳିଆପଲୀ ପଞ୍ଚାୟତର ଟି ବାଗଲପୁରୁ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଚଳିତ ବର୍ଷ ୨୦୧୯ – ୨୦ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉସ଼ବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଅଧ୍ୟାପକ ସନ୍ତୋଷ ପ୍ରଧାନ ମୂଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ସ୍ଥାନୀୟ ସରପଂଚ ସୁଲୁ ସ୍ବାଇଁ ସଭାପତିତ୍ବ କରିଥିବା ବେଳେ ପୂର୍ବତନ ଜିଲ୍ଲା ପରିଷଦ କିଶୋର ପଲେଇ,ସିଆରସିସି ସନ୍ତୋଷ କୁମାର ଦାସ,ପୂର୍ବତନ ଉପ ଶିକ୍ଷା ନିରିକ୍ଷକ ପଦ୍ମ ଚରଣ ସାହୁ, ସାମ୍ବାଦିକ ତଥା ସାମାଜିକ କର୍ମୀ ଅଶୋକ କୁମାର ତ୍ରିପାଠୀ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅର୍ଜୁନ ଶବର ବିବରଣୀ ପାଠ କରିଥିଲେ ।ସହକାରୀ ଶିକ୍ଷକ ସୁରେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଦ୍ୟାଳୟ ସମସ୍ତ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟ କ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ମଞ୍ଚସ୍ଥ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜୁନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରଷ୍କାର ପ୍ରଦାନ କରିଥିଲେ । ବହୁ ଅଭିଭାବକ ଓ ଗ୍ରାମ ବାସୀ ଏହି କାର୍ଯ୍ୟ କ୍ରମରେ ଉପସ୍ଥିତ ଥିଲେ ।