
ପୋଲସରା (ଜିଲ୍ଲା ଖବର) ୨୫/୦୨ : ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ବାଳକ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୋଷାକ ବଣ୍ଟନ ମେଳା ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଇଓ ତ୍ରିଲୋଚନ ତ୍ରିପାଠୀ ମୁଖ୍ୟ ଅତିଥି ଏବଂ ଏବିଇଓ ବାଳକୃଷ୍ଣ ପାତ୍ର ଓ ସ୍ୱରୂପ କୁମାର ପାତ୍ର ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ମିଳିତ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏଥିରେ ବିଦ୍ୟାଳୟର ପୁର୍ବତନ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ପାଢ଼ୀ ଅଧ୍ୟକ୍ଷତା କରିଥିବା ବେଳେ ସରପଞ୍ଚ ସୁଜାତା ସାହୁ, ସମିତି ସଭ୍ୟା ସୁଭଦ୍ରା ସାହୁ ଓ ସିଆରସିସି ବଳରାମ ଗୌଡ଼ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ଦିଗମ୍ବର ପାଢ଼ୀ ସ୍ୱାଗତ ଭାଷଣ ଓ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ଅତିଥି ବୃନ୍ଦ ଛାତ୍ର ଓ ଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ କୃତ୍ତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶିକ୍ଷକ ସୁମନ ପାତ୍ର ଏବଂ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ ବେହେରା, ପୁଷ୍ପଲତା ସୁବୁଦ୍ଧି, କୁନାଲ ଆଚାର୍ଯ୍ୟ, କେ ମୈତ୍ରି ଦୋରା, ଉଷାରଣୀ ଗୌଡ଼ ଓ ସ୍ୱାଗତିକା ରାୟ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ରିପୋର୍ଟ ଡ଼ଃ କୁମୁଦ ଚନ୍ଦ୍ର ବେହେରା



